ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଆକ୍ରାନ୍ତଙ୍କ ଗ୍ରାଫ୍ ।କିନ୍ତୁ କୋଭିଡ ମୃତ୍ୟୁସଂଖାରେ ଲଗାମ୍ ଲାଗୁନି।। ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ଜୀବନ ଯାଇଛି । ମୋଟ ମୃତ୍ୟୁକୁ ମିଶାଇ ରାଜ୍ୟରେ ୪ର୍ଥ ଲହରିରେ ମୃତକଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଭଦ୍ରକର ୮୦ ବର୍ଷିୟ ବୃଦ୍ଧ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୮୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୮୫୭୩୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୫୭୩୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Powered by Froala Editor