ଦେଶରେ ଦିନକରେ ୧୬୨୯୯ ନୂଆ କୋରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ବଢୁଛି କୋରୋନା ସଂକ୍ରମଣ । କ୍ରମାଗତ ଦ୍ବିତୀୟ ଦିନରେ ଦୈନିକ ପଜିଟିଭ ମାମଲା ୧୫ ହଜାର ଅତିକ୍ରମ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୬,୨୯୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୫୩ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୪୩୧ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୫,୫୫,୦୪୧କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୦୭୬ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୫୮% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୮୭୯ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୫,୭୫,୩୮୯ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor