ରାଜ୍ୟରେ ୫୮୩ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୭୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୦୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୮୧୬୬ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor