Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ‘ସବୁ ଜୀବନ ମୂଲ୍ୟବାନ’, ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ‘ସବୁ ଜୀବନ ମୂଲ୍ୟବାନ’, ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ

2022-08-16 07:44:08
14510
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ‘ସବୁ ଜୀବନ ମୂଲ୍ୟବାନ’, ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ

ଭୁବନେଶ୍ୱର: ସବୁ ପ୍ରକାର ବିପର୍ୟ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ । 

ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ NDRF, ODRAF ଓ Fire Service Unitଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ୟ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।
ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି ।
ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖି କହିଲେ ଯେ ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି। ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି । କୌଣସି ଅବଶ୍ୟକ ନ ହେଲେ, ଆଗାମୀ ୩ ଦିନ ପର୍ୟ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ। ଏହାଦ୍ବାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି NDRF ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି । ଆଜି ମହାନଦୀର ମୁଣ୍ଡଳୀ ଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରଭାବିତ ହେବ ବୋଲି ସେ ସୂଚନା ଦେଇଥିଲେ।
ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
 ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ CMC Commissioner ଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14262
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13634
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14281
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13471
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15046
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    13932
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14941
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14398
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15366
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15046
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14281
    Jul 08, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15366
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15050
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15537
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15351
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15215
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14640
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13809
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14921
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    13932
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13634
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13294
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In