Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ପୁରୀରେ ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ପୁରୀରେ ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

2022-08-20 05:52:16
15742
Share:
Facebook
Twitter
E-Mail
WhatsApp
Telegram
ପୁରୀରେ ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ପୁରୀ: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୁରୀ ଜିଲ୍ଲାର ବିଭିନ୍ନ ବନ୍ୟାଞ୍ଚଳ ବୁଲି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବା ପରେ ସର୍କିଟ ହାଉସରେ ସ୍ଥିତିର ସମୀକ୍ଷା କରିଥିଲେ। ପୁରୀ ଜିଲ୍ଲାରେ ଦୟା, ଭାର୍ଗବୀ, କୁଶଭଦ୍ରା, ରତ୍ନଚିରା, ଲୁଣା ଓ ମକରା ଆଦି ନଦୀ ଓ ତାର ଶାଖାନଦୀ ଦେଇ ବନ୍ୟା ଜଳ ସମୁଦ୍ରକୁ ନିଷ୍କାସିତ ହେଉଥିବାରୁ ପୁରୀ ଜିଲ୍ଲାରେ ବନ୍ୟା ବିଭୀଷିକା ଦେଖାଦେଇଛି । ଫଳରେ ଜିଲ୍ଲାର ଅସ୍ତରଙ୍ଗ, ଗୋପ, ଡେଲାଙ୍ଗ, କଣାସ, ନିମାପଡ଼ା, ପିପିଲି, ପୁରୀ ସଦର ଆଦି ୭ଟି ବ୍ଲକ ବହୁ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ।

ବନ୍ୟାରେ ମୋଟ ୫୫ଟି ପଞ୍ଚାୟତର ୨୦୧ଟି ଗ୍ରାମ ବନ୍ୟା ପାଣିରେ ବୁଡ଼ି ରହିଛି । ମୋଟ ପ୍ରାୟ ୧,୪୩,୪୨୯ ଲୋକ ପ୍ରଭାବିତ ହେବା ସହ ଘର ଛାତ କିମ୍ବା ନଦୀବନ୍ଧ ଉପରେ ଆଶ୍ରୟ ନେଇଛନ୍ତି । ଗାଁ ଗୁଡ଼ିକୁ ସଂଯୋଗ କରୁଥିବା ରାସ୍ତା ଉପରେ ପାଣି ଚାଲୁଥିବା ଯୋଗୁଁ ଏ ସବୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛନ୍ତି । ଗତ ୧୭ ତାରିଖ ଦିନ ମୋଟ ୧୨,୩୧ ୯ଜଣଙ୍କୁ ୧୬୧ଟି ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଥିବାବେଳେ ଗୁରୁବାର ୧୦,୩୬୦ ଜଣଙ୍କୁ ୭ଟି ସେଣ୍ଟରକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ମୋଟ ୨୨,୬୭୯ ଜଣଙ୍କୁ ସ୍ଥାନାନ୍ତର କରାଯାଇ ୧୬୮ଟି ସେଣ୍ଟରରେ ସୁରକ୍ଷିତ ଭାବେ ରଖାଯାଇଛି । ପ୍ରଥମେ ୨୮ଟି ଓ ପରେ ଆଉ ୧୯ଟି କେନ୍ଦ୍ରରେ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଥିବାବେଳେ ଅଧିକ ୭ଟି କେନ୍ଦ୍ର ମଞ୍ଜୁର କରାଯାଇଛି ।

ରିଲିଫ କେନ୍ଦ୍ର ଖୋଲାଯାଇ ରିଲିଫ ବଣ୍ଟନ କରାଯାଉଛି । ୧୮୦ କୁଇଣ୍ଟାଲ ଚାଉଳ, ୬୭୫କେଜି ଚୁଡ଼ା, ୮୭ କେଜି ଚିନି ଓ ଗୁଡ, ୨୫ହଜାର ପାଣି ବୋତଲ ସହ ୮ହଜାର ପାଣି ପାଉଚ ଆଦି ରିଲିଫ ବଣ୍ଟନ କରାଯାଇଛି । ବନ୍ୟାଞ୍ଚଳରେ ୪୬ହଜାରରୁ ଉର୍ଦ୍ଧ୍ବ ପାଣି ବୋତଲ ବଣ୍ଟନ କରାଯାଇଥିବାବେଳେ ୧୨୨୦ ପଲିଥିନ ରିଲିଫ ବାବଦରେ ବଣ୍ଟନ କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏବେ ସୁଦ୍ଧା ବନ୍ୟା କୌଣସି ଜୀବନହାନି ହୋଇନାହିଁ ।  ବନ୍ୟା ଯୋଗୁଁ ପ୍ରାୟ ୩୭ହଜାର ଗୋସମ୍ପଦ ପ୍ରଭାବିତ ହୋଇଥିଲେ ମଧ୍ୟ ସମସ୍ତେ ସୁରକ୍ଷିତ ରହିଛନ୍ତି। ତେବେ ବନ୍ୟା ଯୋଗୁଁ ବ୍ୟାପକ ଫସଲ ହାନି ଘଟିଥିବା ଜଣାପଡିଛି । ସରକାରୀ ରିପୋର୍ଟ ଅନୁସାରେ ପ୍ରାୟ ୬,୫୭୭ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । କେଉଁ ଜମି କେତେ କ୍ଷତିଗ୍ରସ୍ତ ହୋଇଛି ତାହାର ସଠିକ୍ ଭାବେ ଆକଳନ କରାଯିବା ପରେ ସ୍ପଷ୍ଟ ହେବ ବୋଲି ବୈଠକରେ କୁହାଯାଇଥିଲା‌।

Powered by Froala Editor

Tags Pramila Malick

Related articles Odisha News Lens 4.1

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14398
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15046
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13471
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14262
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14281
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14941
    Jul 07, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    13932
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13294
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15366
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13634
    Jul 07, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15046
    Jul 08, 2026
  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    13932
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15050
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15537
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15351
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15215
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14640
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13809
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14921
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14398
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13471
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    14941
    Jul 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In