ଦେଶରେ ୯୫୩୧ ନୂଆ ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦିନେ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୯,୫୩୧ ଟି ନୂଆ ପଜିଟିଭ ଚିହ୍ନଟ ହୋଇଛି । ଗୋଟିଏ ଦିନରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୨୩,୯୪୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ଯୋଗୁଁ ସକ୍ରିୟ ମାମଲା ଆଜି ଲକ୍ଷେ ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୭,୬୪୮ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୨୧ ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୩୬୮ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୦୯ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୫,୩୩,୪୬୬ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor