ଦେଶରେ ୮,୫୮୬ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୁଇ ଦିନ ହେଲା କମୁଛି କୋରୋନା ସଂକ୍ରମଣ । ଆଜି ବି ପଜିଟିଭ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୮,୫୮୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୯,୬୮୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୩୩,୬୨ କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ କମିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୬,୫୦୬ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୧୯% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୪୧୬ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୧୦ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୯,୨୫,୩୪୨ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor