ଦେଶରେ ଦିନକରେ ୧୦,୨୫୬ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ସଂକ୍ରମଣ ମାମଲା ୧୦ ହଜାରରୁ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୦,୨୫୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ଦିନକରେ ୬୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୩,୫୨୮ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୭,୭୦,୯୧୩କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୦,୭୦୭ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୨୧% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୫୫୬ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ୨୧୧ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୧,୬୦,୨୯୨ ଜଣଙ୍କୁ ଟିକା ଦିଆଯାଇଛି ।
Powered by Froala Editor