ରାଜ୍ୟରେ ୧୮୭ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୮୪୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୮୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୬୮୧୪ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor