ରାଜ୍ୟରେ ୧୭୪ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୨୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୫ ଜଣ, କଟକରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ, ପୁରୀରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ାରୁ ୭ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ବୌଦ୍ଧ ଓ ଜଗତସିଂହପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୭୨୭୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor