୬ ପ୍ରବଳ ବର୍ଷା: ୮ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର: ଆସନ୍ତା ସପ୍ତାହରୁ ବଢ଼ିବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
୮ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆହୁରି ୨ ଦିନ ରହିବ ଦୁର୍ବଳ ମୌସୁମୀର ପ୍ରଭାବ ଜାରି ରହିବ । ଦୁର୍ବଳ ମୌସୁମୀର ପ୍ରଭାବ ପାଇଁ ବଢ଼ୁଛି ଦିନ ତାପମାତ୍ରା । ୨୪ ଘଣ୍ଟା ମଧ୍ୟରେ ୨୨ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ୩୬ ଦଶମିକ ୭ ଡିଗ୍ରୀ ସହ ଅନୁଗୁଳ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ।
ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।
ଶ୍ରୀ ଦାସଙ୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।
ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି। ଏହା ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଗୁଳୁଗୁଳି ଜାରି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
Powered by Froala Editor