ଦେଶରେ ୭,୨୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ । ବିଗତ କିଛି ଦିନ ହେଲା ଦୈନିକ ୧୦ ହଜାରରୁ କମ୍ ପଜିଟିଭ ମାମଲା ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୭,୨୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୬,୧୬୮ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୯,୬୫୧ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୮,୬୫,୦୧୬ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୬,୭୪୫ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୯୮% ରହିଛି । ଏବେ ସୁଦ୍ଧା ୫,୨୭,୯୬୫ ହଜାରରୁ ଅଧିକ କୋରୋନା ସଂକ୍ରମିତ(ଉକ୍ଟକ୍ସକ୍ଟଦ୍ଭବ ଚକ୍ଟଗ୍ଦସଗ୍ଧସଙ୍ଖର) ପ୍ରାଣ ହରାଇଛନ୍ତି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି ।
Powered by Froala Editor