ଦେଶରେ ଦିନକରେ ୬,୮୦୯ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । ବିଗତ କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୧୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୬,୮୦୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୭,୨୧୯ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୮,୪୧୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୮,୭୩,୪୩୦ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୫,୧୧୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୧୨% ରହିଛି । ସାପ୍ତାହିକ ପଜିଟିଭ ହାର ୨.୨୯% ରହିଛି । ଏବେସୁଦ୍ଧା ୫,୨୭,୯୯୧ ହଜାରରୁ ଅଧିକ କୋରୋନା ସଂକ୍ରମିତ(ଉକ୍ଟକ୍ସକ୍ଟଦ୍ଭବ ଚକ୍ଟଗ୍ଦସଗ୍ଧସଙ୍ଖର) ପ୍ରାଣ ହରାଇଛନ୍ତି । କୋରୋନା ଆରମ୍ଭରୁ ଆଜି ପର୍ୟ୍ୟନ୍ତ ଦେଶରେ ୮୮.୭୧ କୋଟି ଟେଷ୍ଟିଂ କରାଯାଇଛି ।
Powered by Froala Editor