୨୩ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ରୁ ୫ ଦିନ ରାଜ୍ୟର ୨୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କାର୍ୟ୍ୟାଳୟ ପୂର୍ବାନୁମାନ କରିଛି। ଏଥିଲାଗି ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଉ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ।
ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।
Powered by Froala Editor