ଦେଶରେ ୬,୩୯୫ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ । ବିଗତ କିଛି ଦିନ ହେଲା ଦୈନିକ ୫ ରୁ ୬ ହଜାର ପଜିଟିଭି ମାମଲା ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୬,୩୯୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୩୭୯ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୬,୬୧୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୦୦,୨୦୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୦,୩୪୨ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୯୬% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର ୧.୮୮%କୁ ହ୍ରାସ ପାଇଛି । ଏବେସୁଦ୍ଧା ଦେଶରେ ୮୮.୮୩ କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଗତ ୨୪ ଘଣ୍ଟାରେ ୩,୨୫,୬୦୨ ଟେଷ୍ଟିଂ ହୋଇଛି । ଆଜି ପର୍ୟ୍ୟନ୍ତ ୫,୨୮,୦୯୦ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।
Powered by Froala Editor