ବଢ଼ିବ ବର୍ଷା: ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଜିଠୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ଏଥିପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କଟକ ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କାରାଯାଇଥିବା ବେଳେ ବର୍ଷା ହେବା ନେଇ କୁହାଯାଇଛି । ସେହିପରି ଉପକୂଳ ଓଡ଼ିଶାର ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ନୂଆପଡା ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୫ରୁ ୫୫କି.ମି ବେଗରେ ପବନ ବହିପାରେ। ୧୨ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ପ୍ରବେଶ ନକରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ତାହାଛଡ଼ା ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
Powered by Froala Editor