ବର୍ଷା ପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ଓ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ନୟାଗଡ଼, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ। ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ
ଏସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।
Powered by Froala Editor