ଦେଶରେ ଦିନକରେ ୫୦୭୬ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେଲା ଦୈନିକ ୫ରୁ ୬ ହଜାର ସଂକ୍ରମଣ ମାମଲା ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୦୭୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୫୫୪ ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୯୭୦ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୧୯,୨୬୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୫୦ ହଜାର ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୭,୯୪୫ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୪୭% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର ୧.୭୨%କୁ ହ୍ରାସ ପାଇଛି । ଏବେ ସୁଦ୍ଧା ଦେଶରେ ୮୮.୯୪ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୧୫୦ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।
Powered by Froala Editor