୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ କରୋନା ଭୟ ଭିତରେ ଦାଉ ସାଧିଛି କାଳ ବୈଶାଖୀ ବର୍ଷା । ଗତ କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି । ଏହାରି ଭିତରେ ଆଜି ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ ରାୟଗଡ଼ା ।
ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବା ନେଇ ସମ୍ଭାବନା ରହିଛି ।
Powered by Froala Editor