ଦେଶରେ ଦିନକରେ ୫୧୦୮ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ। କିଛି ଦିନ ହେବ ଦୈନିକ ପଜିଟିଭ ମାମଲାରେ ହ୍ରାସ ସାଧାରଣ ଲୋକଙ୍କୁ ଆଶ୍ବସ୍ତି ଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୧୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୪,୩୬୯ ଥିଲା । ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୬୭୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୩୬,୦୯୨ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୫,୭୪୯ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୭୦% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର ୧.୭୩%କୁ ହ୍ରାସ ପାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୨୧୬ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୨ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦିନକରେ କେବଳ ୩,୫୫,୨୩୧ଟି ଟେଷ୍ଟିଂ ହୋଇଛି ।
Powered by Froala Editor