ପୁଣି ସୀମାରେ ଫୁଟିଲା ଗୁଳି, ଟଳିଲେ ୨ ଆତଙ୍କୀ

ଶ୍ରୀନଗର: ପୁଣି ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର ଶ୍ରୀନଗରର ନାଓଗାମ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ୨ଜଣ ଆତଙ୍କୀକୁ ନିପାତ କରିଛି ସୁରକ୍ଷାବାହିନୀ । ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ ।
ମୃତ ଆତଙ୍କୀ ଦ୍ବୟ ପୁଲୱାମା ନିବାସୀ ଆଇଜାଜ ରସୁଲ ନାଜର ଏବଂ ସହିଦ ଅହମ୍ମଦ ବୋଲି ଜଣାପଡିଛି ।ଗତ କିଛି ଦିନ ମଧ୍ୟରେ ଘାଟିରେ ଆତଙ୍କୀ କାର୍ୟ୍ୟକଳାପ କ୍ରମାଗତ ବଢିବାରେ ଲାଗିଛି । ପୋଲିସ, ସୁରକ୍ଷାବଳର କ୍ୟାମ୍ପ ସହିତ ସାଧାରଣ ଜନତା ଓ ଅଣସ୍ଥାନୀୟଙ୍କୁ ଟାର୍ଗେଟ ହତ୍ୟା କରିବା ପାଇଁ ଆକ୍ରମଣ କରିବାରେ ଲାଗିଛନ୍ତି ଆତଙ୍କୀ । ସୁରକ୍ଷାବଳ ମଧ୍ୟ ସେମାନଙ୍କୁ ନିପାତ କରିବା ପାଇଁ ‘‘ଆଣ୍ଟି ଟେରର ଅପରେସନ’’କୁ ଜୋରଦାର କରିଛି । ନିକଟରେ ହୋଇଥିବା ଏକାଧିକ ଏନକାଉଣ୍ଟରରେ ମଧ୍ୟ ସୁରକ୍ଷାବଳକୁ କ୍ରମାଗତ ସଫଳତା ମିଳିଛି ।
Powered by Froala Editor