ଦେଶରେ ଦିନକରେ ୫୬୬୪ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୬୬୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୭୪୭ ଥିଲା । ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୪,୫୫୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୫୭,୯୨୯ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୭,୯୨୨ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୯୬%କୁ ବୃଦ୍ଧି ପାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୩୩୭ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୯ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।
Powered by Froala Editor