ଦେଶରେ ଦିନକରେ ୪୮୫୮ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଗତ କିଛିଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୪,୮୫୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୬୬୪ ଥିଲା । ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୪,୭୩୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ରବିବାର ଏହି ସଂଖ୍ୟା ୪,୫୫୫ ରହିଥିଲା । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୬୨,୬୬୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୮,୦୨୭ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୭୬%କୁ ବୃଦ୍ଧି ପାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୩୫୫ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୯ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।
Powered by Froala Editor