ବିଜେପିରେ ମିଶିଲେ କ୍ୟାପଟେନ ଅମରିନ୍ଦର ସିଂ

ବିଜେପିରେ ମିଶିଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍ ଅମରିନ୍ଦର ସିଂହ। ଅମରିନ୍ଦର ସିଂଙ୍କ ସୋମବାର ବିଜେପିରେ ବିଦ୍ଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବହୁ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି । ଏହାସହ ବିଜେପିରେ ନିଜ ଦଳ ପିଏଲସିର ବିଲୟ କରାଇଛନ୍ତି । ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ, ବରିଷ୍ଠ ନେତା ସୁନୀଲ ଜାଖଡଙ୍କ ସହ ଅନ୍ୟ ବରିଷ୍ଠ ନେତା ଉପସ୍ଥିତି ରହିଥିଲେ।
ବିଜେପିରେ ଯୋଗ ଦେଇ ସେ ଖୁସିଥିବା କ୍ୟାପ୍ଟେନ କହିଛନ୍ତି। ଲଣ୍ଡନରେ ମେରୁଦଣ୍ଡ ଅସ୍ତ୍ରୋପଚାର ପରେ ଭାରତ ଫେରିଥିବା ଅମରିନ୍ଦର ଗତ ଦୁଇ ସପ୍ତାହ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଏକାଧିକ ଥର ଭେଟିଥିଲେ । ଏହାକୁ ନେଇ ବିଜେପିରେ ତାଙ୍କର ମିଶ୍ରଣକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ।
ଗତ ବର୍ଷ ଅମରିନ୍ଦର ସିଂହ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଦୀର୍ଘ ଦିନ ଧରି ପଞ୍ଚାବ କଂଗ୍ରେସରେ କନ୍ଦଳ ବଢ଼ିବାରେ ଲାଗିଥିଲା । ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁଙ୍କ ସହ ମନୋମାଳିନ୍ୟ ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଦଳରେ ତାଙ୍କୁ ଅପମାନିତ କରାଯାଇଛି ବୋଲି ସେ ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ । ତାଙ୍କ ଇସ୍ତଫା ପରେ କଂଗ୍ରେସ ପକ୍ଷରୁ ଚରଣଜିତ ସିଂ ଚନ୍ନିଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ସେ କଂଗ୍ରେସରୁ ଅଲଗା ହେବା ପରେ ନିଜସ୍ୱ ଦଳ ଗଠନ କରି ପଞ୍ଜାବ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ହେଲେ ସେ କିମ୍ବା ତାଙ୍କ ଦଳର ଜଣେ ହେଲେ ବି ପ୍ରାର୍ଥୀ ନିର୍ବାଚନ ଜିତିବାକୁ ସକ୍ଷମ ହୋଇ ନଥିଲେ। ବିଜେପି ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା ଶ୍ରୀ ସିଂହ ସଂପୂର୍ଣ୍ଣ ଭାବେ ପଦ୍ମ ଦଳ ସହ ଲୀନ ହେବେ ବୋଲି ଚର୍ଚ୍ଚା ହୋଇଥିଲା।
Powered by Froala Editor