ଆଜି ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ଭିସି ଜରିଆରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିବେ । କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଏଥିରେ ଯୋଡି ହେବେ । ବୈଠକରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।
ଆଗକୁ ନିର୍ବାଚନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କ୍ୟାବିନେଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଣିବେ ସରକାର । ବୈଠକରେ ପଞ୍ଚାୟତିରାଜ, ପାନୀୟଜଳ, ମହିଳା ଏବଂ ଶିଶୁ ବିକାଶ, ସ୍ବାସ୍ଥ୍ୟ, ପୂର୍ତ୍ତ, ନଗର ଉନ୍ନୟନ, ଆଇନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ଗତ କ୍ୟାବିନେଟ ବୈଠକ ଅଗଷ୍ଟ ୧୨ ତାରିଖରେ ବସିଥିଲା । ରାଜ୍ୟ କ୍ୟାବିନେଟରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ ହୋଇଥିଲା ।
Powered by Froala Editor