ଦେଶରେ ଦିନକରେ ୫୩୮୩ ନୂଆ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ବିଗତ କିଛି ଦିନ ହେଲାଣି ଦୈନିକ ସଂକ୍ରମଣ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୩୮୩ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୪୪୩ ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୬,୪୨୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୮୪,୬୯୫ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୫,୨୮୧ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୬୮%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର ୧.୭୦% ରହିଛି । ଆଜି ପର୍ୟ୍ୟନ୍ତ ୫,୨୮,୪୨୯ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୩୦ କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି ।
Powered by Froala Editor