ଦେଶରେ ଦିନକରେ ୪,୯୧୨ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୫ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ମୋଟ ୪,୯୧୨ ନୂଆ କୋରୋନା ପଜିଟିଭ ମାମଲା ପ୍ରକାଶ ପାଇଛି । ଗତକାଲି ଏହି ସଂଖ୍ୟା ୫,୩୮୩ ଥିଲା । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୭୧୯ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୯୦,୪୧୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୪,୪୩୬ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୬୨%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର ୧.୬୯% ରହିଛି । ଆଜି ପର୍ୟ୍ୟନ୍ତ ୫,୨୮,୪୮୭ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୩୩ କୋଟି କୋରୋନା ଟେଷ୍ଟିଂ କରାଯାଇଛି ।
Powered by Froala Editor