ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ୟ୍ୟକ୍ରମ ମନ କି ବାତ୍ର ଆଜି ୯୩ତମ ସଂସ୍କରଣ । ପୂର୍ବାହ୍ନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି । ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଏକ ମାସିକ ରେଡିଓ କାର୍ୟ୍ୟକ୍ରମ । ଯାହା ପ୍ରତି ମାସ ଶେଷ ରବିବାର ପ୍ରସାରିତ ହୋଇଥାଏ । ୨୦୧୪ ଅକ୍ଟୋବର ୩ରେ ମନ୍ କି ବାତ୍ର ପ୍ରଥମ ଏପିସୋଡ ପ୍ରସାରିତ ହୋଇଥିଲା । ହିନ୍ଦୀ ଭାଷାରେ ମନ କି ବାତ୍ ପ୍ରସାରଣ ପରେ ତୁରନ୍ତ ଆକାଶବାଣୀ ଆଞ୍ଚଳିକ ଭାଷାରେ ମୋଦିଙ୍କ ମନର କଥାକୁ ପ୍ରସାରିତ କରିଥାଏ ।ଅଗଷ୍ଟ ୨୮ରେ ପ୍ରଧାନମନ୍ତ୍ରୀ ଶେଷ ମନ୍ କି ବାତ୍ କାର୍ୟ୍ୟକ୍ରମ ପ୍ରସାରିତ ହୋଇଥିଲା । ଜଳ ସଂରକ୍ଷଣର ଗୁରୁତ୍ବ ସହିତ ମାଣ୍ଡିଆ ଉତ୍ପାଦନକୁ ମିଶନ ଭାବେ ପରିଣତ କରିବାକୁ ଆହ୍ବାନ ଦେଇଥିଲେ । ବିଶ୍ବରେ ମାଣ୍ଡିଆ ଉତ୍ପାଦନରେ ଭାରତ ଆଗରେ ରହିଛି । ଏହି ସଫଳତାକୁ ଜନ ଆନ୍ଦୋଳନରେ ପରିଣତ କରିବାକୁ କହିଥିଲେ ପ୍ରଧାନମନ୍ତ୍ରୀ । ଚାଷୀଙ୍କ ପାଇଁ ମାଣ୍ଡିଆ ବେଶ୍ ଲାଭଦାୟକ । ଏହା ଶରୀର ପାଇଁ ମଧ୍ୟ ଉପକାରୀ । ଜାତିସଂଘ ଏକ ପ୍ରସ୍ତାବ ପାରିତ କରି ବର୍ଷ ୨୦୨୩କୁ ଅନ୍ତର୍ଜାତୀୟ ମାଣ୍ଡିଆ ବର୍ଷ ଭାବେ ଘୋଷଣା କରିଥିବା କହିଥିଲେ ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀଙ୍କ ଏହି ମାସିକ ରେଡ଼ିଓ କାର୍ୟ୍ୟକ୍ରମ 'ମନ୍ କି ବାତ୍' ଲୋକପ୍ରିୟତା ବଢୁଛି । ଏଥର ମନ କି ବାତର ଏହି ସଂସ୍କରଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଚଳିତ ବର୍ଷ ଦେଶ ସ୍ବାଧୀନତାର ୭୫ ବର୍ଷ ପୂରଣ କରିଛି ଦେଶ । ଦେଶବାସୀ ସ୍ବାଧୀନତାର ୭୬ ବର୍ଷରେ ପାଦ ଥାପିଛନ୍ତି । ଆଜାଦୀ କା ଅମୃତ ମହୋତ୍ସବ ପାଳିଥିବାବେଳେ ଆଗାମୀ ମନ କି ବାତ୍ କାର୍ୟ୍ୟକ୍ରମର ଗୁରୁତ୍ବ ବଢିଛି । ଖାଲି ଭାରତରେ ନୁହେଁ ବିଶ୍ବରେ ଏହି ମନ୍ କି ବାତ୍ କାର୍ୟ୍ୟକ୍ରମର ଲୋକପ୍ରିୟତା ବଢୁଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ୟ୍ୟକ୍ରମକୁ ଶୁଣିବାକୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛି ବିଜେପି ।
Powered by Froala Editor