ଦେଶରେ ଦିନକରେ ୪୧୨୯ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କ୍ରମାଗତ ଦ୍ବିତୀୟ ଦିନରେ ୫ ହଜାରରୁ କମ୍ ପଜିଟିଭ ମାମଲା ପ୍ରକାଶ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୪, ୧୨୯ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୪,୭୭୭ ଥିଲା । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ୨୪ ଘଣ୍ଟା ମଧ୍ୟରେ ମୋଟ ୪,୬୮୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୪୦,୦୦,୨୯୮ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୩, ୪୧୫ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୫୧%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର ୦.୧୦% ରହିଛି । ଆଜି ପର୍ୟ୍ୟନ୍ତ ୫,୨୮,୫୩୦ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୩୬ କୋଟି କୋରୋନା ଟେଷ୍ଟିଂ କରାଯାଇଛି ।
Powered by Froala Editor