ଦନ୍ତା ଆକ୍ରମଣରେ ୨ ମୃତ, ଜଣେ ଗୁରୁତର
ଜଗତପୁର: କଟକ ଜିଲ୍ଲା ଜଗତପୁର ୪୮ ନମ୍ବର ୱାର୍ଡ ଟ୍ରକ୍ ଟର୍ମିନାଲ ନିକଟରେ ବଣୁଆ ହାତୀ ଆତଙ୍କ। ବଣୁଆ ଦନ୍ତା ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।
ସମସ୍ତଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ବନବିଭାଗ ସୂଚନା ଦିଆଯାଇଛି।
ସୂଚନା ମୁତାବକ, ଆଠଗଡ଼ ବନଖଣ୍ଡରୁ ହାତୀପଲ ଆସି ଗତରାତିରୁ ଜଗତପୁରରେ ଉପଦ୍ରବ କରିଛନ୍ତି। ରାତିସାରା ହାତୀପଲ ଉପଦ୍ରବ ଜାରି ରଖିଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ରହିଥିଲେ। ଆଜି ଭୋରରୁ ହାତୀପଲ ସମ୍ମୁଖରେ ଜଣେ ବୃଦ୍ଧା ଓ ବୃଦ୍ଧଙ୍କୁ ପଡ଼ି ଯାଇଥିବା ବେଳେ ଉଭୟଙ୍କୁ ଦଳି ଦେଇଛନ୍ତି ହାତୀପଲ । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ଜୀବନ ଯାଇଛି । ଏପରିକି ହାତୀ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ବେଳେ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି।
Powered by Froala Editor