ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ମୋକିମ୍ମ

କଟକ : ORHDC ଦୁର୍ନୀତି ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମେଟ୍ରୋ ବିଲ୍ଡର୍ସ ପ୍ରାଇଭେଟ୍ ଲିମିଟେଡ୍ ଏମ୍ଡି ତଥା କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିବା ବେଳେ ସେ ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଦୋଷୀ ସାବ୍ୟସ୍ତ ହୋଇ ୩ ବର୍ଷ ଜେଲ୍ ଦଣ୍ଡାଦେଶ ପାଇଥିବାରୁ ବିଧାୟକ ମହମ୍ମଦ ମୋକିମ୍ଙ୍କ ସଦସ୍ୟ ପଦ ରଦ୍ଦ ହେବାର ସମ୍ଭାବନା ରହିଛି। ତେବେ ହାଇକୋର୍ଟରୁ ଏହା ଉପରେ ରହିତାଦେଶ ମିଳିଲେ ସେ ତାଙ୍କ ସଦସ୍ୟ ପଦ ବଜାୟ ରଖିପାରିବେ।
Powered by Froala Editor