ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଦୁର୍ଘଟଣା : ଦୁଇ ଲକ୍ଷ ଟଙ୍କା ଲକ୍ଷ ଟଙ୍କା ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାଡଖଣ୍ଡର ହଜାରିବାଗରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି ।
ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାଡଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକମାନେ ଅଛନ୍ତି।