ରାଜ୍ୟରେ ୭୯ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୮୭୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୮ ଜଣ, ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ବାଲେଶ୍ବର ୧୦ ଜଣ, ପୁରୀରୁ ୪ ଜଣ, ଜଗତସିଂହପୁରରୁ ୩ ଜଣ, ବରଗଡ଼,କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୧୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୬୦୫୬୧ସାମ୍ପୁଲ ଟେଷ୍ଟ୍ ହୋଇଛି ।
Powered by Froala Editor