ରାଜ୍ୟରେ ୯୫ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୬ ଜଣ, ଖୋର୍ଦ୍ଧାରୁ ୧୫ ଜଣ, କଟକରୁ ୧୦ ଜଣ, ବାଲେଶ୍ବରରୁ ୭ ଜଣ, କଳାହାଣ୍ଡି, ମୟୂରଭଞ୍ଜ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ଜଗତସିଂହପୁର, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୨୦୫ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor