ମହାବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ କେନ୍ଦ୍ର

ଚଳିତ ବର୍ଷ ବି ଦ୍ୱିତୀୟ ସପ୍ତାହରେ ଏକ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଛି। ହେଲେ ଏବେ ବାତ୍ୟା ଆସୁଥିବା ଖବରକୁ ଖଣ୍ଡନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନ ଥିବା ସ୍ପଷ୍ଟ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ।
ବିଭାଗ ତରଫରୁ କୁହାଯାଇଛି ଯେ, ଏନେଇ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ । ଆହୁରି ମଧ୍ୟ କୌଣସି ପାଣିପାଗ ଘଟଣା ସମ୍ଭନ୍ଧରେ ୭ ଦିନ ଆଗରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ । ପାଣିପାଗ ସହ ଜଡିତ ସଠିକ ସୂଚନା ଦେବା ପାଇଁ ଆମେ ୨୪ଘଣ୍ଟା କାର୍ଯ୍ୟରତ । ତେଣୁ ଆପଣମାନେ ଗୁଜବ ଠାରୁ ଦୁରେଇ ରୁହନ୍ତୁ ବୋଲି କୁହାଯାଇଛି ।
ସୂଚନା ଥାଉକି, ରାଜ୍ୟରେ ଅକ୍ଟୋବର ତୃତୀୟ ସପ୍ତାହ ବେଳକୁ ବାତ୍ୟା ଆଶଙ୍କା ନେଇ ଅନୁମାନ କରାଯାଇଥିଲା । କୁହାଯାଉଥିଲା ଯେ, ଏହା ଦୃଢ଼ୀଭୂତ ହୋଇ ଅତି ଭୀଷଣ ରୂପ ନେବ । ୨୧ ରୁ ୨୨ ତାରିଖ ମଧ୍ୟରେ ପାରାଦୀପରୁ ବାଲେଶ୍ୱର ଭିତରେ ମାଡ଼ ହେଇପାରେ । ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଟ୍ରପିକାଲ୍ ଟିଡ୍ବିଟ୍ସର ପୂର୍ବାନୁମାନ ଚିତ୍ରରେ ଏଭଳି ଆକଳନ କରାଯାଇଥିଲା । ହେଲେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ। କେବଳ ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି। ହେଲେ ତାହାର ପ୍ରଭାବ ଓ ରୂପରେଖ କିପରି ରହିବ ୧୪ ପରେ ହିଁ ତାହାକୁ ଆକଳନ କରାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Powered by Froala Editor