ଧାମନଗର ଉପନିର୍ବାଚନ:ବିଜେପିର ଷ୍ଟାର ପ୍ରଚାରକ ଭାବେ ମଇଦାନକୁ ଓହ୍ଲାଇବେ ୩ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବାବେଳେ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି । ଏହି ୩ ଦଳ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଛନ୍ତି । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ସପକ୍ଷରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ ୮ଜଣ ମନ୍ତ୍ରୀଙ୍କୁ ଦଳର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଥିବାବେଳେ ବିଜେପି ପ୍ରାର୍ଥୀ ସୂରଜ ସୂର୍ୟ୍ୟବଂଶୀଙ୍କ ସପକ୍ଷରେ ୩ଜଣ କେନ୍ଦ୍ରମନ୍ତ୍ରୀ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି ।
ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡ଼ୁଙ୍କ ସମେତ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଓଡ଼ିଶା ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ସହପ୍ରଭାରୀ ସୁନୀଲ ବଂଶଲ, ବିଜୟପାଲ ସିଂ ତୋମର, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସମ୍ବିତ ପାତ୍ର,ମନମୋହନ ସାମଲଙ୍କ ସମେତ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଓ ଦଳର ବିଧାୟକ ମୋହନ ମାଝୀ, ସୁକାନ୍ତ ନାୟକ, ଭାସ୍କର ମଢ଼େଇ, ପ୍ରକାଶ ସୋରେନ, ନବଚରଣ ମାଝୀ, ସନାତନ ବିଜୁଳି, ବୁଧାନ ମୁର୍ମୁ, ଗଣେଶ ରାମ ସିଂ ଖୁଣ୍ଟିଆ ଓ ଅନ୍ୟମାନଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି।
Powered by Froala Editor