ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଭୁବନେଶ୍ଵର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା କାଳକ୍ରମେ ଲଘୁଚାପରେ ପରିଣତ ହେବ। ଏହାପରେ ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ ଲଘୁଚାପ। ତେବେ ଲଘୁଚାପ ସୃଷ୍ଟିର ୪୮ ଘଣ୍ଟା ପରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
Powered by Froala Editor