ପଶ୍ଚିମବଙ୍ଗରେ ଲକଡାଉନ ଅବଧି ବୃଦ୍ଧି

କୋଲକାତା: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାକୁ ମାତ ଦେବା ତଥା କରୋନା ସଂକ୍ରମଣର ଚେନ ଭାଙ୍ଗିବା ପାଇଁ ଲକଡାଉନ ଓ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ତେବେ ଲକଡାଉନ ଓ ସଟଡାଉନ ସତ୍ତ୍ୱେ ଅଧିକାଂଶ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନା ନେଉନି । ଯାହାକୁ ଦୃଷ୍ଟିରେ ରଖି ଅଧିକାଂଶ ରାଜ୍ୟରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି । ଏହାରି ଭିତରେ ପଶ୍ଚିମବଙ୍ଗରେ ମଧ୍ୟ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏନେଇ ଆଜି ଘୋଷଣା କରିଛନ୍ତି । କରୋନାର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ୧୫ ଦିନ ପର୍ଯ୍ୟନ୍ତ ଲକଡାଉନ ବଢାଯିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଅବଧି ବୃଦ୍ଧି ସହ ଲକଡାଉନ କଟକଣାକୁ ଅଧିକ କଡ଼ାକଡ଼ି କରାଯିବାକୁ ରାଜ୍ୟ ସରକାର ନିଦେ୍ର୍ଧଶ ଦେଇଛନ୍ତି । ଶୁକ୍ରବାର ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ପରେ ପଶ୍ଚିମବଙ୍ଗ ସରକାର ଲକଡାଉନ ଅବଧିକୁ ବୃଦ୍ଧି କରିଛନ୍ତି । ଏଥିସହ ସମସ୍ତ ସରକାରୀ ଓ ଘରୋଇ ଅନୁଷ୍ଠାନ ବନ୍ଦ ରଖିବାକୁ ନିଦେ୍ର୍ଧଶ ଦିଆଯାଇଛି । ସେହିପରି ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ଦୋକାନ ସକାଳ ୭ରୁ ୧୦ ଯାଏଁ ଖୋଲା ରଖିବାକୁ ଘୋଷଣା କରାଯାଇଛି ।
Powered by Froala Editor