ରାଜ୍ୟରେ ୫୯ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୯୫୮ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor