ଓଟିଇଟି ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି
କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୨ ଦ୍ୱିତୀୟ ଥର ପାଇଁ ଆବେଦନ ଅବଧି ବୃଦ୍ଧି କରାଯାଇଛି। ଆସନ୍ତା ୨୬ ତାରିଖ ପର୍ୟ୍ୟନ୍ତ ପରୀକ୍ଷାର୍ଥୀମାନେ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ୧୦ ତାରିଖରୁ ଆରମ୍ଭ ହୋଇଥିବା ବେଳେ ୧୯ ତାରିଖରେ ଶେଷ ହେବାର ଥିଲା। ବହୁ ଆଶାୟୀ ଅନଲାଇନ୍ରେ ଆବେଦନ କରିବାରେ ଅସୁବିଧା ସୃଷ୍ଟି ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି।
ସୂଚନା ଥାଉକି, ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି ଦ୍ୱିତୀୟ ପରୀକ୍ଷା ଅନୁଷ୍ଠିତ ହେବ। ଭୂବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯିବ। ଦୁଇଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor