ହାତୀ ଉପଦ୍ରବ: ଆକ୍ରମଣରେ ୧ ମୃତ
ସୁନ୍ଦରଗଡ : ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜଳପୁର ଫରେଷ ରେଞ୍ଜ କୁଲବା ଗାଁରେ ହାତୀ ଆତଙ୍କ । ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଗୁରୁତର ହୋଇଛନ୍ତି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।
ଖବର ଅନୁଯାୟୀ, ଗତ କିଛି ଦିନେ କୁଲବା ଗାଁ ଏବଂ ଆଖାପାଖ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ବଢିବାରେ ଲାଗିଛି । ଲୋକମାନେ ଭୟଭୀତ ଅବସ୍ଥାରେ ଥିବା ବେଳେ ଗୁରୁବାର ସକାଳୁ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣେ ଆହତ ହୋଇଛନ୍ତି । ସପ୍ତାହକ ମଧ୍ୟରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଗଲାଣି । ବନବିଭାଗ ଲଗାତର ଭାବେ ହାତୀଙ୍କୁ ଘଉଡାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ।
Powered by Froala Editor