ବାତ୍ୟା: ମୁଖ୍ୟ ଶାସନ ସଚିବ ବୈଠକ ଆଜି ସନ୍ଧ୍ୟା ୫ଟାରେ
ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟ ଶାସନ ସଚିବ ଏକ ବୈଠକ ଡାକିଛନ୍ତି। ବୈଠକରେ ଏସ୍ଆରସିଙ୍କ ସମେତ ବରିଷ୍ଠ ଅଧିକାରୀ ଯୋଗଦେବେ।
ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୨୨ ତାରିଖରେ ଅବପାତର ରୂପ ନେବ। ୨୩ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଘୁର୍ଣ୍ଣିବାତ୍ୟାରେ ପରିଣତ ହେବ। ପରେ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ପରେ ଏହା ଉତ୍ତର ଉତ୍ତରପୂର୍ବକୁ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇବ ବୋଲି ପୂର୍ବାନୁମାନ କରାଯାଉଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରଭାବିତ ହେବାକୁ ଥିବା ୭ଟି ଉପକୂଳ ଜିଲ୍ଲାକୁ ଚିଠି ଲେଖି ସତର୍କ କରାଇଛନ୍ତିଏସ୍ଆରସି।
Powered by Froala Editor