ରାଜ୍ୟରେ ୫୩ କୋଭିଡ୍ ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ପୁରୀରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ବଲାଙ୍ଗୀର, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୧୭୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor