ରାଜ୍ୟରେ ୩୪ କୋଭିଡ୍ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ଗଞ୍ଜାମରୁ ୪ ଜଣ, ବରଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୨୧୨ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor