ଆଜି ରାତିରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ନୀତିକାନ୍ତି
ଭୁବନେଶ୍ୱର: ଆସନ୍ତାକାଲି ସୂର୍ୟ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ କରାଯାଇଛି । କାଲିର ନୀତିକାନ୍ତି ଆଜି ରାତିରୁ ଆରମ୍ଭ ହେବ ।
ରାତି ୧୨ଟା ୧୦ ମିନିଟରେ ଦ୍ୱାର ଫିଟା ନୀତି ହେବ। ଭିତର ଶୋଧ, ମଙ୍ଗଳ ଆଳତି, ମଇଲମ, ତଡପ ଶେଷ ହେବ। ଅବକାଶ ଓ ରୋଷହୋମ ଶେଷ ହେବ। ୨ଟା ସୁଦ୍ଧା ସରିବ ସୂର୍ୟ୍ୟପୂଜା, ଦ୍ୱାରପାଳ ପୂଜା, ରାଧାଦାମୋଦର ବେଶ। ପରେ ଗୋପାଳବଲ୍ଲଭ, ସକାଳ ଧୂପ, ବାଳଭୋଗ ସହ ଭୋଗମଣ୍ଡପ ଉଠିବ। ଭୋର ୪ଟା ୫୭ ମିନିଟରୁ ପାକ ତ୍ୟାଗ ଓ ଦେବନୀତି ନିଷେଧ। ଅପରାହ୍ଣ ୪ଟା ୫୬ ମିନିଟ୍ ୫୨ ସେକେଣ୍ଡରେ ପରାଗ ସ୍ପର୍ଶ କରିବ। ସଂଧ୍ୟା ୬ ଘଂଟା ୨୬ ମିନିଟ୍ ୫୨ ସେକେଣ୍ଡରେ ଗ୍ରହଣ ସର୍ବମୋକ୍ଷ ହେବ। ସୂର୍ୟ୍ୟୋପରାଗ ପାଇଁ ମନ୍ଦିରରେ ଦର୍ଶନ ବନ୍ଦ ରହିବ ନାହିଁ। ଭକ୍ତମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।
Powered by Froala Editor