ରାଜ୍ୟରେ ୨୫ କୋଭିଡ୍ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୯୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ, କଟକ, ଖୋର୍ଦ୍ଧା, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୨୬୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor