ରାଜ୍ୟରେ ୪୨ କୋଭିଡ୍ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ, ଜଗତସିଂହପୁର, ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର, ଖୋର୍ଦ୍ଧା, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଳାହାଣ୍ଡି, କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୫୨୪ ଜଣ ସୁସ୍ଥ ହୋଇଛନ୍ତି।
Powered by Froala Editor