ରାଜ୍ୟରେ ୧୫ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପୁରୀରୁ ୪ ଜଣ, ଦେବଗଡ଼ରୁ ୩ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଯାଜପୁର, କଳାହାଣ୍ଡି, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୫ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୬୨୧ ଜଣ ସୁସ୍ଥ ହୋଇଛନ୍ତି।
Powered by Froala Editor