ଦେଶରେ ୧,୩୭୫ ନୂତନ କୋଭିଡ୍ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୧୨୦୦ ତଳେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୩୭୫ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୭୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୫,୮୨୮ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୩୭୫ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୪୨୫ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ ପଞ୍ଜାବ ୧୩୬୯ ଓ କେରଳ ୨ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୯,୧୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୨୪୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୬,୧୬,୧୨୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Powered by Froala Editor