୨୪ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ୱର : ଆସନ୍ତା ନଭେମ୍ବର ୨୪ରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଶୀତ ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଏନେଇ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।
ନଭେମ୍ବର ୨୪ରେ ବିଧାନସଭା ଆରମ୍ଭ ହେବା ସହ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହେବ । ସେହିପରି ନଭେମ୍ବର ୩୦ରୁ ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ । ଡିସେମ୍ବର ୨ରେ ଅତିରିକ୍ତ ବଜେଟ ବିଧାନସଭାରେ ଗୃହୀତ ହେବ ବୋଲି କାର୍ଯ୍ୟସୂଚୀରେ ଉଲ୍ଲେଖ ରହିଛି ।
Powered by Froala Editor